ଆଜିର ରାଶିଫଳ; 29 Novembar 2021 ସୋମବାର : କେମିତି କଟିବ ଆଜିର ଦିନ

ମେଷ

ଆପଣ ଓ ଆପଣଙ୍କ ପରିବାର ଲୋକଙ୍କ ଚ଼ିନ୍ତାଧାରା ନ ମିଶିଲେ ମଧ୍ୟ ଆପଣ ଏହା ଅନୁଭବ କରିବେ ଯେ ଆପଣଙ୍କ ପରିବାରର ଲୋକ ଆପଣଙ୍କ କଥା ବୁଝନ୍ତି । ଆପଣ ମଧ୍ୟ ଏହା ଦେଖାନ୍ତୁ ଯେ ଆପଣ ସେମାନଙ୍କୁ ମଧ୍ୟ ବହୁତ ଭଲ ପାଆନ୍ତି ।

ବୃଷ

ଆଜି ଆପଣ ଘରର ଗୁରୁଜନ ମାନଙ୍କ ସହିତ ସମୟ ବିତାଇବା ଉଚ଼ିତ୍ ହେବ । ସେମାନେ ଆପଣଙ୍କୁ କିଛି କୁହନ୍ତୁ ବା ନକୁହନ୍ତୁ ସେମାନେ ମଧ୍ୟ ଆପଣଙ୍କର ସାନିଧ୍ୟ୍ୟ ଆବଶ୍ୟକ କରନ୍ତି ।

ମିଥୁନ

ଯଦି ଆପଣଙ୍କୁ ଏମିତି ଲାଗେ ଯେ ପରିବାରରେ ଯେ କୌଣସି ସମସ୍ୟା ଲାଗୁଛି ତାହାଲେ ଆପଣ ତାହାକୁ ନଷ୍ଟ କରିବା ପାଇଁ ଚ଼େଷ୍ଟା କରିବା ଉଚ଼ିତ୍ । ସମ୍ପର୍କ ମଧ୍ୟରେ ଫାଟ ସୃଷ୍ଟି ହେବାକୁ ଦିଅନ୍ତୁ ନାହିଁ ।

କର୍କଟ

ଆଜି ଆପଣ ଅନୁଭବ କରିବେ ଛୋଟ ଛୋଟ କଥାରେ ଆପଣଙ୍କ ଘରେ କଳି ହେଉଛି । ପରିବାରର ଲୋକଙ୍କ ମଧ୍ୟରେ ମତଭେଦ ବଢ଼ିବାରେ ଲାଗିଛି । ଆଜି ଆପଣଙ୍କର କୌଣସି ପ୍ରିୟଜନଙ୍କର ମନ ମଧ୍ୟ ଖରାପ ହୋଇ ପାରେ ।

ସିଂହ

ଆଜି ଆପଣ ପରିବାରର କୌଣସି ସମସ୍ୟା ସମାଧାନ କରିବାକୁ ଚ଼େଷ୍ଟା କରିବେ । ଅନ୍ୟମାନେ ଆପଣଙ୍କ ପରାମର୍ଶ ଉପରେ ନିର୍ଭର କରନ୍ତୁ । ସମସ୍ତେ ଆପଣଙ୍କ ଉପରେ ନିର୍ଭର କରିବାଟା ଆପଣଙ୍କୁ ଆଶ୍ଚର୍ଯ୍ୟ ଲାଗିପାରେ ।

କନ୍ୟା

ଆଜି ଆପଣଙ୍କୁ ନିଜର କେହି ଆଶ୍ଚର୍ଯ୍ୟ କରିବ । ବିଷୟଟି ଆପଣଙ୍କ ସମ୍ପର୍କରେ ହୋଇପାରିଥାଏ,ନ ହୋଇ ମଧ୍ୟ ପାରିଥାଏ । କିନ୍ତୁ ସବୁ ପରିସ୍ଥିତିରେ ଆପଣଙ୍କୁ ଶାନ୍ତ ରହିବାକୁ ପଡିବ ଏବଂ ନିଜ ଲୋକଙ୍କୁ ସାହାର୍ଯ୍ୟ ପାଇଁ ଚେଷ୍ଟା କରିବା ଉଚିତ ହେବ ।

ତୁଳା

ଛୋଟ ଛୋଟ କଥାରେ ଆଜି ଆପଣଙ୍କର ପରିବାର ଲୋକଙ୍କ ସହିତ ମତାନ୍ତର ହୋଇପାରେ । ଆଜି ଆପଣ ନିଜକୁ ବୋଧହୁଏ ଏକା ଅନୁଭବ କରିପାରନ୍ତି । ନିଜ ପରିବାରର ପସନ୍ଦ ଆପଣଙ୍କୁ ସମ୍ପୂର୍ଣ୍ଣ ଅଲଗା ବୋଲି ଆଜି ଆପଣ ମନେ କରିବେ ।

ବିଛା

ଆପଣଙ୍କର ଏବଂ ଆପଣଙ୍କ ପରିବାର ମଧ୍ୟରେ ସମସ୍ୟା ଗୁରୁତ୍ୱ ପୂର୍ଣ୍ଣ ଭାବରେ ଚାଲୁଅଛି । ଯଦି ଆପଣଙ୍କର ମଧ୍ୟରେ ଝଗଡା ଚାଲିଥାଏ ଏବଂ କଥାବାର୍ତ୍ତା ମାଧ୍ୟମରେ ସମାଧାନ ନ ହୁଏ ତେବେ ଆପଣ ନିଜ ପରିବାର ଲୋକଙ୍କୁ ଅଧିକ ସମୟ ଦେବା ଉଚିତ ହେବ ।

ଧନୁ

ଆଜି କାଲି ନିଜ ଲୋକଙ୍କ ସାଂଗରେ ଆପଣଙ୍କର ସମ୍ପର୍କ ଭଲ ନାହିଁ । ଆପଣ ଆଜି ଦୁଃଖ ଅନୁଭବ କରିବେ ଏବଂ ଆପଣ ଆଜି ରାଗି ମଧ୍ୟ ପାରନ୍ତି । ସନେ ରଖନ୍ତୁ କେବଳ ଥଣ୍ଡା ମିଜାସରେ ଆପଣଙ୍କ ପରିସ୍ଥିତିକୁ ସମ୍ଭାଳି ପାରିବେ ।

ମକର

ଆପଣଙ୍କୁ ନିଜ ପରିବାରର କୌଣସି ସଦସ୍ୟ କିମ୍ବା ବନ୍ଧୁ ନିରାଶ କରିପାରେ ଏବଂ ଆପଣଙ୍କ ଆଗରେ କୌଣସି ସମସ୍ୟା ମଧ୍ୟ ସୃଷ୍ଟି ହୋଇପାରେ । ଆପଣଙ୍କର ରାଗି କରି କଥା ହେବା ବଦଳରେ ଭଲହେବ ଯଦି ଆପଣ ତାଙ୍କୁ ସ୍ନେହରେ ବୁଝାଇବେ ।

କୁମ୍ଭ

କୌଣସି ନିକଟ ସମ୍ପର୍କିୟ ସାଂଗରେ ଆପଣଙ୍କର ଖରାପ ସମ୍ପର୍କ ହୋଇପାରେ । ଆପଣ ଏହି ସମ୍ପର୍କକୁ ଶିଘ୍ର ଠିକ କରିବାକୁ ଚାହିଁବେ । କିନ୍ତୁ ଆପଣଙ୍କ ଚାହିଁବା ମୁତାବେକେ ଏମିତି ହୋଇପାରୁ ନାହିଁ । ବୋଧହୁଏ ତାଙ୍କୁ ଅଧିକ ସମୟ ଲାଗିବ

ମୀନ

ଆଜି ଆପଣଙ୍କ ନିଜ ବନ୍ଧୁମାନଙ୍କ ମଧ୍ୟରେ ଥିବା ସମ୍ପର୍କ ଖୁସି ଆଣିଦେବ ।କୌଣସି ଭୁଲ ବୁଝାମଣା ଠିକ କରିବା ପାଇଁ ଚେଷ୍ଟା କରନ୍ତୁ । ଆଜି ସଫଳତା ହାସଲ କରିବେ । ଏହି ସମୟ ପୁରୁଣା ସ୍ମୃତିକୁ ମନେପକେଇବାର ସମୟ ଅଟେ ।