ମେଷ
କୌଣସି ବୃଦ୍ଧ ବ୍ୟକ୍ତିଙ୍କ ପାଇଁ ଆପଣଙ୍କ ସମ୍ପର୍କ ଖରାପ ହୋଇପାରେ । ଯଦି ଆପଣ କୌଣସି ବଡ଼ ଝଗଡ଼ାରେ ନା ଅଡ଼ୁଆରେ ପଡ଼ିଯାଇଛନ୍ତି , ତେବେ ତାକୁ ଶୀଘ୍ର ଠିକ୍ କରନ୍ତୁ ।|
ବୃଷ
ମାନସିକ ଦୁଶ୍ଚିନ୍ତାରେ ଦିନଟି କଟିବ । ବଂଧୁମାନଙ୍କ ବାର୍ତ୍ତାଳାପରେ ଦୁଶ୍ଚିନ୍ତାରେ ଲାଘବ ମିଳିବ । ଅନ୍ତରଂଗ ବଂଧୁଙ୍କ ସହ କଥାବାର୍ତ୍ତା କରନ୍ତୁ । ଏହା ଦ୍ୱାରା ମାନସିକ ଶାନ୍ତି ପାଇବେ ।|
ମିଥୁନ
ଆଜି ଆପଣ ଅନୁଭବ କରିବେ ଛୋଟ ଛୋଟ କଥାରେ ଆପଣଙ୍କ ଘରେ କଳି ହେଉଛି । ପରିବାରର ଲୋକଙ୍କ ମଧ୍ୟରେ ମତଭେଦ ବଢ଼ିବାରେ ଲାଗିଛି । ଆଜି ଆପଣଙ୍କର କୌଣସି ପ୍ରିୟଜନଙ୍କର ମନ ମଧ୍ୟ ଖରାପ ହୋଇ ପାରେ ।|
କର୍କଟ
ଆଜି ଆପଣଙ୍କୁ ଆପଣଙ୍କ ପରିବାର ଲୋକଙ୍କର ସହାୟତା ମିଳିବ । ଯଦି ଆପଣ କିଛି ଅସୁବିଧାରେ ପଡ଼ିଛନ୍ତି ତାହାହେଲେ ପରିବାର ଲୋକଙ୍କ ସାହାଯ୍ୟ ମଧ୍ୟ ନେଇପାରନ୍ତି ।|
ସିଂହ
ପରିକ୍ଷାର୍ଥି ଛାତ୍ରଛାତ୍ରୀମାନେ ମାନସିକ ଚାପରେ ରହିବେ । ଆପଣଙ୍କ ମାନସିକ ବିଚଳିତ ହୋଇପାରେ କିନ୍ତୁ ପାଠପଢାରେ ମନଦିଅନ୍ତୁ । ଅଧିକ ଚିନ୍ତା ଗ୍ରସ୍ତ ନହୋଇ ପରୀକ୍ଷାରେ ଭଲ କରିବାକୁ ଚେଷ୍ଟା କରନ୍ତୁ ।|
କନ୍ୟା
ଆଜି ଆପଣଙ୍କୁ କିଛି ନୂଆ ଶିଖିବାକୁ ମିଳିବ । ଜୀବନରେ ପ୍ରତିକ୍ଷଣରେ ଆମକୁ କିଛି ନୂଆ କଥା ଶିଖିବାକୁ ପଡ଼ିଥାଏ ।ତେଣୁ ସବୁ ପରିସ୍ଥିତିରୁ ଆମେ କିଛି ନା କିଛି ଶିଖିବା ଉଚ଼ିତ୍ । ଏମିତିବି ଆପଣଙ୍କୁ ନୂଆ ଅନୁଭୂତି ଅନୁଭବ କରିବା ବହୁତ ପସନ୍ଦ ।|
ତୁଳା
ଆଜି ଆପଣଙ୍କର କୌଣସି ପରିବାରବର୍ଗ ସଦସ୍ୟ କିମ୍ବା ପୋଡଶୀଙ୍କ ସହ ଝଗଡାରୁ ନିଜକୁ ରକ୍ଷା କରନ୍ତୁ । କୌଣସି ଏକ ଛୋଟ ସମସ୍ୟା ବିରାଟ ରୂପ ଧାରଣ କରିପାରେ ।|
ବିଛା
ଆଜି ଆପଣ କିଛି ନୂଆ ଲୋକଙ୍କୁ ଭେଟିବେ ଏବଂ ନିଜ କାର୍ଯ୍ୟରେ ଆପଣ ନିଜର ସ୍ଥିତିକୁ ଦୃଢ଼ କରିପାରିବେ ଏହା ଦ୍ୱାରା ଆପଣଙ୍କର ନୂଆ ବନ୍ଧୁ ସୃଷ୍ଟି ହେବେ ଏବଂ ଆପଣଙ୍କର ଜୀବନରେ ଅନ୍ୟ ଏକ ନୂଆ ଦିଗ ଦେଖାଦେବ ।|
ଧନୁ
ଯଦି ଆପଣଙ୍କ ଘରେ ସୁଖଶାନ୍ତି ରହିବେ, ଏହି ସମୟ ଆପଣଙ୍କ ଓ ଆପଣଙ୍କ ର ପରିବାର ବର୍ଗଙ୍କ ପାଇଁ ବହୁତ ମହତ୍ତ୍ୱପୂର୍ଣ୍ଣ ହେବ । ଆପଣମାନେ ପରସ୍ପର ମଧ୍ୟରେ ଭଲ ସମୟ କଟାଇପାରିବେ ।|
ମକର
ଯଦି ଆପଣଙ୍କୁ ଆଜି ଅନୁଭବ ହୁଏ ଯେ ଆପଣଙ୍କର ପରିବାରର କାହା ସହିତ କୌଣସି ପ୍ରକାର ସମସ୍ୟା ଅଛି ତେଣୁ ଆପଣ ଏହାକୁ ଆଜି ନଷ୍ଟ କରିବାକୁ ଚ଼େଷ୍ଟା କରନ୍ତୁ ।|
କୁମ୍ଭ
ଯଦି ଆପଣଙ୍କୁ ଏମିତି ଲାଗେ ଯେ ଆଜି ଆପଣଙ୍କ କୌଣସି ଅସୁବିଧାରେ ଏକା ପଡ଼ିଯାଇଛନ୍ତି ତାହାଲେ ଆପଣଙ୍କୁ ଆପଣଙ୍କର ବନ୍ଧୁ କିମ୍ବା ପରିବାର ସମସ୍ତେ ସାହାଯ୍ୟ କରିବାକୁ ଆଗେଇ ଆସିବେ । ସାହାଯ୍ୟ ପାଇଁ ଆପଣ ସେମାନଙ୍କ ଉପରେ ନିର୍ଭର କରିପାରିବେ ।|
ମୀନ
ଆଜି ଆପଣ ଦାୟୀତ୍ତ୍ୱର ସହ କିଛି କାମ କରିବାରେ ଅସୁବିଧା ହେବ । ଆପଣ ନିଜ ବୁଦ୍ଧି ପ୍ରୟୋଗ କରି କାର୍ଯ୍ୟ କରନ୍ତୁ କିନ୍ତୁ ଧୀର ମସ୍ତିଷ୍କରେ ଯୋଜନା କରନ୍ତୁ । ଶେଷରେ ଦେଖିବେ ଆପଣ ସମସ୍ତ କାର୍ଯ୍ୟ ସୁରୁଖୁରରେ କରିପାରିବେ ।|