ଆଜିର ରାଶିଫଳ; 12 ଜୁନ 2021 ଶନିବାର : କେମିତି କଟିବ ଆଜିର ଦିନ

ମେଷ

ଅଯଥା ଭୟଯୋଗୁଁ ନିଜର ମାନସିକ ଅବସ୍ଥାକୁ ବିବ୍ରତ କରନ୍ତୁ ନାହିଁ । ବିନା କାରଣରେ ଭୟଭୀତ ହୁଅନ୍ତୁ ନାହିଁ । ଦୁଃଶ୍ଚିନ୍ତାକୁ ଆପଣେଇବା ଦରକାର ନାହିଁ, ଯୋଉଁଥିପାଇଁ ଆପଣ ଏତେ ଚିନ୍ତାଗ୍ରସ୍ତ ,ତାହା ଭିତ୍ତିହୀନ ।|

ବୃଷ

ଆଜି ଆପଣଙ୍କ ଘରେ ଶାନ୍ତିର ବାତାବରଣ ରହିବ, ନିଜର ଘରୋଇ ଜୀବନକୁ ବଦଳାଇବାରେ ବହୁତ ବଡ଼ ଯୋଗଦାନ ଦେଇଛନ୍ତି । ଆଜି ଆପଣଙ୍କୁ ନିଜର ଚ଼େଷ୍ଟାର ଫଳ ମିଳିବ ଯେଉଁଥିରେ କି ଆପଣଙ୍କର ଜୀବନ ହିଁ ବଦଳିଯିବ ।|

ମିଥୁନ

ଆଜି ଆପଣଙ୍କୁ ନିଜର ପାଖାପଖି କିଛି ଲୋକଙ୍କ ଠାରୁ ସାବଧାନ ରହିବା ଆବଶ୍ୟକ ଅଟେ ,କାରଣ ସେମାନେ ଆପଣଙ୍କ ପ୍ରତିଇର୍ଷାଭାବ ରଖନ୍ତି । ଏଭଳି କଲେ ସବୁ କିଛି ଠିକ୍ ରହିବ ।|

କର୍କଟ

ସାମାଜିକ ସମାରୋହକୁ ଆପଣ ସର୍ବଦା ମନେରଖିବେ । ଆଜି ଆପଣଙ୍କ ଘରେ ଲୋକମାନଙ୍କ ଗହଳି ଚ଼ହଳି ଲାଗିରହିବ । ବୋଧହୁଏ ସେମାନେ ଆପଣଙ୍କ ଘରେ ରହିପାରନ୍ତି । ତଥାପି ଆପଣଙ୍କ ଦିନଚ଼ର୍ଯ୍ୟାରେ ପରିବର୍ତ୍ତନ ହେବ ।|

ସିଂହ

ଆଜିର ଦିନ ନିଜର ପରିଜନ ଏବଂ ପ୍ରିୟଜନ ମାନଙ୍କ ସହିତ ବିତାଇବାର ଶୁଭ ଦିନ ଅଟେ । ଆଜି ଆପଣ ଏମିତି ପ୍ରିୟଜନ ମାନଙ୍କ ସହିତ କଟେଇବେ ଯେଉଁ ମାନଙ୍କ ସହିତ ଆପଣ ବହୁତ ଦିନରୁ ଦେଖାକରି ପାରିନାହାନ୍ତି ।|

କନ୍ୟା

ଆଜି ଆପଣ ଆଉ କାହାର ଖରାପ ବ୍ୟବହାରରେ ଦୁଃଖି ଅଟନ୍ତି । ଆପଣ ପୁରା ଚ଼େଷ୍ଟା କରନ୍ତୁ , କୌଣସି ବେକାର କାର୍ଯ୍ୟ ନକରି ନିଜ ଉପରେ ଥିବା ଦାୟିତ୍ୱକୁ କାର୍ଯ୍ୟରେ ପରିଣତ କରନ୍ତୁ ।|

ତୁଳା

ଆଜି ଆପଣଙ୍କୁ ନିଜ କାର୍ଯ୍ୟ ଏବଂ ଘରର ଛୋଟ ଛୋଟ ଅସୁବିଧା ଗୁଡ଼ିକୁ ସମାଧାନ କରିବା ପାଇଁ ନିଜର ଚ଼ତୁରତା ଏବଂ ବୁଦ୍ଧିର ବ୍ୟବହାର କରିବା ଉଚ଼ିତ୍ ।|

ବିଛା

ଆଜି ଆପଣ ସାରାଦିନ ସାଙ୍ଗମାନଙ୍କ ସହିତ କଟାଇବେ ଓ ବହୁତ ମଜା କରିବେ । ଏହି ସମୟରେ ଆପଣଙ୍କର ସମ୍ପର୍କ ଦୃଢ଼ ହେବା ସହିତ ଆପଣଙ୍କର ନିକଟତର ଲୋକ ଆପଣଙ୍କ ଖୁସିର କାରଣ ହେବେ । ଆଜିର ଦିନ ଆପଣ ବହୁତ ମଜା କରନ୍ତୁ ।|

ଧନୁ

ଛାତ୍ରମାନେ ଯଦି ଖେଳ କୁଦ କରିବାକୁ କିମ୍ବା ସିନେମା ଦେଖିବାକୁ ଚାହୁଁଛନ୍ତି ,ଏସମୟକୁ ଉପଯୁକ୍ତ ବ୍ୟବହାର କରନ୍ତୁ । ଆପଣ ମାନସିକ କ୍ଳାନ୍ତି ଭୋଗକରି ପାରନ୍ତି କିନ୍ତୁ ଅଧ୍ୟୟନକୁ ଅବହେଳା କରନ୍ତୁ ନାହିଁ ।|

ମକର

ନିଜ ନିୟନ୍ତ୍ରଣରୁ ବାହାରି କାର୍ଯ୍ୟ କରନ୍ତୁ ନାହିଁ । ଧୈର୍ଯ୍ୟ ଏବଂ ସାହସକୁ ପାଥେୟ କରି ବିପଦର ସାମ୍ନାକଲେ ସଫଳତା ନିଶ୍ଚୟ ମିଳିବ ।|

କୁମ୍ଭ

ଆପଣଙ୍କ ପରିବାର ଲୋକଙ୍କ ପାଇଁ ଆଜି ଆପଣ ଖୁସି ଓ ଗର୍ବ ଅନୁଭବ କରିବେ । ଆଜି ଆପଣଙ୍କୁ କୌଣସି ପରିବାର ଲୋକଙ୍କ ସହିତ ଜଡ଼ିତ ଶୁଭ ସମାଚ଼ାର ଆପଣଙ୍କୁ ବହୁତ ଖୁସି ଦେବ । ନିଜ ପରିବାର ଲୋକଙ୍କ ସହିତ ସେମାନଙ୍କ ଖୁସିରେ ଆପଣ ସାମିଲ ହୁଅନ୍ତୁ ।|

ମୀନ

ଆଜି ଆପଣଙ୍କ ଆତ୍ମବିଶ୍ୱାସ ଏହାର ଚ଼ରମ ସୀମାରେ ରହିବ । ଏହାର ପୂର୍ଣ୍ଣ ଫାଇଦା ଉଠାନ୍ତୁ । ଆପଣ ନିଜର ଆତ୍ମବିଶ୍ୱାସ ଏବଂ ସକାରାତ୍ମକ ଭାବନା ଦ୍ୱାରା ଅନ୍ୟ ମାନଙ୍କୁ ପ୍ରଭାବିତ କରିବେ ।|