ଆଜିର ରାଶିଫଳ; 19 ମଇ 2021 ବୁଧୁବାର : କେମିତି କଟିବ ଆଜିର ଦିନ

ମେଷ

ଆଜି ଆପଣଙ୍କ ବିନମ୍ର ସ୍ୱଭାବ ଓ ଦୃଢ଼ତା ସଭିଙ୍କର ମନ ଜିତି ନେବ । ଆଉକିଛି ନହେଲେ ମଧ୍ୟ ଆପଣଙ୍କୁ ଏମିତି ଏକ ଦୃଢ଼ ମନୁଷ୍ୟ କରିଦେବ ଯିଏ କି ସବୁ ପରିସ୍ଥିତିକୁ ସହଜରେ ସମ୍ଭାଳି ନେବ ।

ବୃଷ

ବନ୍ଧୁବାନ୍ଧବ କିମ୍ବା ପରିବାରସହ ଆଜି ଦିନରେ ଯାତ୍ରାଟି ଉପଭୋଗ ହେବ । ଏହି ଭ୍ରମଣ ଅତ୍ୟନ୍ତ ସୁଖ ଦାୟକ ହେବ ଏବଂ ଯାତ୍ରାରୁ ଫେରିବା ପରେ ଘଟଣା ଗୁଡିକ ଅନ୍ୟମାନଙ୍କୁ ମଧ୍ୟ ଆନନ୍ଦିତ କରିବ ।

ମିଥୁନ

ଆଜିର ଦିନ ନୂଆ ବନ୍ଧୁ କରିବାର ଦିନ ଅଟେ । ସେମାନଙ୍କ ଅନୁଷ୍ଠାନରେ ଭାଗ ନିଅନ୍ତୁ ଏବଂ ନୂଆ ବନ୍ଧୁ ସୃଷ୍ଟି କରନ୍ତୁ । ଆପଣ କିଛି ନୂଆ ବନ୍ଧୁ କରି ପାରିବେ । କାହାକୁ ବା ଜଣା ଆପଣଙ୍କ ପାଇଁ କୌଣସି ନୂଆ ସୁଯୋଗର ଦ୍ୱାର ଖୋଲି ପାରେ ।

କର୍କଟ

ଆପଣ ଏ ପରିସ୍ଥିତିରେ ଅଛନ୍ତି ଯେ ଆପଣଙ୍କୁ ଅନେକ ଅଧିକାର ଓ କ୍ଷମତା ମିଳିବ । ଏଥିରେ ଆପଣଙ୍କୁ ବହୁତ ଆନନ୍ଦ ମିଳିବ କିନ୍ତୁ ଏହା ଧ୍ୟାନ ରଖିବା ଉଚ଼ିତ୍ ଯେ ଏହି ଅଧିକାର ସହିତ ଆପଣଙ୍କୁ ଅତିରିକ୍ତ ଦାୟୀତ୍ତ୍ୱ ମଧ୍ୟ ମିଳିବ ।

ସିଂହ

ଆପଣଙ୍କ ବ୍ୟବହାରକୁ ସମସ୍ତେ ପ୍ରଶଂସା କରିବେ । ଆଜି ଆପଣଙ୍କର ମିତ୍ରତା ଆପଣଙ୍କ ମିତ୍ର ପାଇଁ ବହୁତ ଲାଭଦାୟକ ହେବ ଏବଂ ଭବିଷ୍ୟତରେ ସେମାନେ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ପ୍ରସ୍ତୁତ ହେବେ ।

କନ୍ୟା

ଆଜି ଆପଣଙ୍କୁ ଆପଣଙ୍କର କୌଣସି ବନ୍ଧୁ ସାହାଯ୍ୟ ମାଗି ପାରନ୍ତି ।ଏହି ବନ୍ଧୁଙ୍କୁ ବୋଧହୁଏ ଆପଣଙ୍କ ସାହାଯ୍ୟର ଆବଶ୍ୟକତା ଅଛି । ତାହା ସହିତ ଆପଣ ବନ୍ଧୁତ୍ୱ ପୂର୍ଣ୍ଣ ବ୍ୟବହାର କରନ୍ତୁ ଏବଂ ତାଙ୍କ ଭଲ ପାଇଁ ଆପଣ ସବୁପ୍ରକାର ଚ଼େଷ୍ଟା କରନ୍ତୁ ।

ତୁଳା

କୌଣସି ଆତ୍ମୀୟଙ୍କ ସହ ଆପଣଙ୍କ ସମ୍ପର୍କ ଖରାପ ହୋଇପାରେ । ଆଜି ନିଜ ତରଫରୁ ନିଜ ସମ୍ପର୍କକୁ ସୁଧାରିବାକୁ ଚ଼େଷ୍ଟା କରନ୍ତୁ । ନିଜ ଉପରେ ନିୟନ୍ତ୍ରଣ ରଖି ଏହାର ଆରମ୍ଭ କରନ୍ତୁ । ସଠିକ୍ ସମୀକ୍ଷା ଦ୍ୱାରା ଆପଣଙ୍କୁ ସହାଯ୍ୟ ମିଳିବ ।

ବିଛା

ଆଜି ବୋଧେ ଆପଣ କୌଣସି ନୁଆ ସମ୍ପର୍କ ସ୍ଥାପନ କରିପାରନ୍ତି । ଆପଣଙ୍କର ଏହି ନୁଆ ବନ୍ଧୁ ଆପଣଙ୍କର ଖରାପ ସମୟରେ ମଧ୍ୟ ଆପଣଙ୍କ ସାଙ୍ଗରେ ରହିବ । ଆପଣ ଆଜି ଅନୁଭବ କରିବେ ଯେ ଆପଣ କେତେ ସୌଭାଗ୍ୟଶାଳି ଯେ ଆପଣଙ୍କୁ ଏହି ଭଳି ମିତ୍ର ମିଳିଛନ୍ତି ।

ଧନୁ

ଆଜି ଆପଣ ସବୁ କାର୍ଯ୍ୟ ଗୁଡ଼ିକ ସମାଜର କଲ୍ୟାଣ ଏବଂ ପରିବାରର କଲ୍ୟାଣ ନିମିତ୍ତ କରିବେ । ଆଜି ଆପଣ କିଛି ଦାନ କରିବେ, ଅଥବା ନିଜ ପ୍ରିୟଜନ ପାଇଁ ଉପହାର କିଣିବେ । ଆପଣଙ୍କର ଏହି କାର୍ଯ୍ୟ ପାଇଁ ଅବଶ୍ୟ କାହାକୁ ଲାଭ ମିଳିପାରିବ ।

ମକର

ଆଜି ଆପଣ କୌଣସି କଥାର ସତ୍ୟତା ପରିକ୍ଷା ପାଇଁ ତାହାକୁ ଯାଞ୍ଚ ନିଶ୍ଚୟ କରନ୍ତୁ । ଏମିତି କୌଣସି କଥାକୁ ଶୁଣି ନିଷ୍ପତ୍ତି ନିଅନ୍ତୁ ନାହିଁ ।

କୁମ୍ଭ

ଆଜି ଆପଣଙ୍କ ଅଟକିଥିବା ସରକାରୀ ସମୃଦ୍ଧି କାର୍ଯ୍ୟ ଗୁଡ଼ିକ ପୂରଣ ହୋଇଯିବ । ସେହି ସଂସ୍ଥା ଗୁଡ଼ିକରୁ ହିଁ ଆପଣଙ୍କର କାର୍ଯ୍ୟକୁ ପ୍ରାଥମିକତା ମିଳିବ ଯେଉଁଠି କି ଆପଣଙ୍କର କାର୍ଯ୍ୟଉପରେ ଏପର୍ଯ୍ୟନ୍ତ ଧ୍ୟାନ ଦିଆଯାଉନଥିଲା ।

ମୀନ

ଆଜିର ଦିନଟି ବନ୍ଧୁମାନଙ୍କ ସହିତ ମଜା କଟାଇବାର ଦିନ ଅଟେ ଆପଣ ନିଜର ସବୁ ଅସୁବିଧା ଭୁଲି ଖୁସିରେ ଦିନଟି କଟାନ୍ତୁ । ଆଜି ଆପଣଙ୍କ ନିଜର ସବୁ ବିଚାରକୁ ଖୋଲି କରି ପ୍ରକାସ କରିପାରନ୍ତି ।