ଆଜିର ରାଶିଫଳ; 22 ମଇ 2021 ଶନିବାର : କେମିତି କଟିବ ଆଜିର ଦିନ

ମେଷ

ଆପଣଙ୍କ ପରିବାର ଆପଣଙ୍କ ପାଇଁ ସହାୟତାର ସ୍ରୋତ ହେବ । ସେମାନେ ଆପଣଙ୍କର ସବୁ ପ୍ରକାର ସାହାଯ୍ୟ କରିବାକୁ ପ୍ରସ୍ତୁତ ଅଟନ୍ତି ।ତେଣୁ ଆପଣ ସେମାନଙ୍କ କଥା ଶୁଣିବା ଉଚ଼ିତ୍ ।

ବୃଷ

ଆଜି ଆପଣଙ୍କର ହିଁ ଦିନ ,କାରଣ ସମସ୍ତଙ୍କର ଆଖି ଆଜି ଆପଣଙ୍କର ସଫଳତା ଏବଂ ଯୋଗ୍ୟତା ପାଇଁ ଆପଣଙ୍କୁ ନୂଆ ପରିଚ଼ୟ ମିଳିବ । ଆଜି ଆପଣ ନିଜର ପ୍ରିୟଜନଙ୍କ ସହିତ ସମୟ ବିତାଇବେ ।ଏହି ଅବସରର ପୁରା ଲାଭ ଉଠାନ୍ତୁ ।

ମିଥୁନ

ଆଜି ଆପଣ ଘରକାର୍ଯ୍ୟରେ ବ୍ୟସ୍ତ ରହିବେ । ହଠାତ୍ ଆପଣଙ୍କ ବନ୍ଧୁ ଆପଣଙ୍କୁ ସାକ୍ଷାତ କରିବାପାଇଁ ଆପଣଙ୍କ ଘରକୁ ଆସି ପାରନ୍ତି । ତାଙ୍କ ସାଥିରେ ଖୁସି ମଉଜ କରନ୍ତୁ । କିନ୍ତୁ ଆଜି ଆପଣ ନିଜ କାର୍ଯ୍ୟ ପ୍ରତି ମଧ୍ୟ ଧ୍ୟାନ ଦିଅନ୍ତୁ ।

କର୍କଟ

ସପ୍ତାହରୁ ଚ଼ାଲି ଆସୁଥିବା ଯୁକ୍ତି ଏବଂ ଚ଼ିନ୍ତାରୁ ଆପଣ ନିଜେ କ୍ଳାନ୍ତ ଅନୁଭବ କରୁଥିବେ । ବେଶୀ ଚ଼ିନ୍ତା କରନ୍ତୁ ନାହିଁ ଏବଂ କଳିରୁ ବଞ୍ଚିବାକୁ ଚ଼େଷ୍ଟା କରନ୍ତୁ । ନିଜ ବନ୍ଧୁ ଏବଂ ପରିବାରରେ ଭଲ ବ୍ୟବହାର କରନ୍ତୁ ।

ସିଂହ

ଆଜି ଆପଣ କୌଣସି ଉପଦେଷ୍ଠାଙ୍କର କିମ୍ବା ବରିଷ୍ଠ ବ୍ୟକ୍ତିଙ୍କର ମାର୍ଗ ଦର୍ଶନ ପାଇଁ ସାହାଯ୍ୟ ଚାହିଁବେ । ଆପଣ ବୋଧ ହୁଏ ନିଜ ଜୀବନର କୌଣସି ଦ୍ୱିଧା ବା ଅସୁବିଧା ପରିସ୍ଥିତିରୁ ବାହାରି ଆସିପାରୁ ନାହାନ୍ତି ।

କନ୍ୟା

ଆଜି ଆପଣଙ୍କର ସାହାସ ଏବଂ ସୌଭାଗ୍ୟ ଦୁଇଟି ଯାକ ମିଶିକରି ଆପଣଙ୍କୁ ସଫଳତା ଦେବେ । ଆଜି ଆତ୍ମନିର୍ଭରତା ଏବଂ ଆତ୍ମବିଶ୍ୱାସର ଦିନ ଅଛି ଯାହାକି ଆପଣଙ୍କ ନିଜର ନିର୍ଣ୍ଣୟ ଅନ୍ୟ ମାନଙ୍କର ନିର୍ଣ୍ଣୟ ଠାରୁ ଅଧିକ ଗୁରୁତ୍ତ୍ୱ ହେବ ।

ତୁଳା

ଆଜି ଆପଣ ଆପଣଙ୍କ ସାଙ୍ଗର ସାନିଧ୍ୟ ଲାଭ କରିବେ ।ଆଜିର ଦିନ ବହୁତ ଖୁସି କରିବାର ଦିନ ଅଟେ । ସମୟର ତାଳେ ତାଳେ ଏହି ସମ୍ପର୍କ ଆହୁରି ମଜବୁତ ହେବ । ଆଜି ଦିନରେ ସ୍ମରଣୀୟ ମୂହୁର୍ତ୍ତ ଆପଣଙ୍କ ସାଂଗରେ ସବୁବେଳେ ରହିବ ।

ବିଛା

ଆଜି ଆପଣ କୌଣସି ନୂଆ କାର୍ଯ୍ୟ କରିବେ । କିଛି ନୂଆ ଖେଳ ଖେଳିବାକୁ କିମ୍ବା କୌଣସି ନୂତନ କାର୍ଯ୍ୟ କରିବାକୁ ଆପଣଙ୍କର ପ୍ରବଳ ଆଗ୍ରହ ହେବ । ଆଜି ଆପଣ ନିଷ୍ପତ୍ତି ନେବେ ଯେ ଯେଉଁ କାମ ଆପଣ କରିବେ ତାହା କିପରି କରିବେ ।

ଧନୁ

ନିକଟ ସମ୍ପର୍କିୟ ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଆଗେଇ ଆସିବେ ଏବଂ ଆପଣ ଖୁସିରେ ମଧ୍ୟ ରହିବେ । ନିଜ ସମ୍ପର୍କକୁ ଦୃଢ କରିବା ପାଇଁ ଆପଣ ବହୁତ ଚେଷ୍ଟା କରିଛନ୍ତି ଏବଂ ଏହି ଚେଷ୍ଟା ଆପଣଙ୍କର ଫଳବତି ମଧ୍ୟ ହୋଇଛି ।

ମକର

ଆଜି ଆପଣ ପରିବାରର ଲୋକଙ୍କୁ ଏବଂ ବନ୍ଧୁ ମାନଙ୍କୁ ସେମାନଙ୍କର ସାହାଯ୍ୟ ପାଇଁ ପ୍ରଶଂସା କରିବେ । ସେମାନଙ୍କୁ ସେମାନଙ୍କର ସାହାଯ୍ୟ ପାଇଁ ଧନ୍ୟବାଦ ଅବସ୍ୟ ଦିଅନ୍ତୁ । ଏହା ଆପଣଙ୍କର ସମ୍ପର୍କ ଏବଂ ଶରୀର ପାଇଁ ଲାଭଦାୟକ ହେବ ।

କୁମ୍ଭ

ବହୁ ଦିନର ହଜିଯାଇଥିବା ଏକ ବସ୍ତୁ ମିଳିଯିବା ପରେ ଆପଣ ଖୁସି ଅନୁଭବ କରିବେ । ଏବେ ସମୟ ଆପଣଙ୍କ ପାଇଁ ଅନୁକୂଳ । ସେଥିପାଇଁ ଛୋଟ ଛୋଟ କଥା ବି ଆପଣଙ୍କୁ ଖୁସି ଆଣିଦେବ ।

ମୀନ

ଆଜି ଆପଣଙ୍କ ମନ କୌଣସି ତୀର୍ଥ ଯାତ୍ରାରେ ଯିବାକୁ କହୁଛି । ଆଜି ଆପଣ ଦେବ କାର୍ଯ୍ୟରେ ମନ ନିବେଶ କରିବେ । ଆପଣ ନିଜ ଜୀବନରେ ଧର୍ମର ମହତ୍ତ୍ୱ ଚାହୁଁଛନ୍ତି । ଏହି ପଥରେ ଜୀବନ ଧାରା ନେଲେ ସୁଖ ଓ ଶାନ୍ତି ମିଳିବ ।