ମେଷ
ଆଜି ଦିନରେ ମିଶ୍ରିତ ମାନସିକତା ଅନୁଭବ କରିବେ । ରୁଚି ସଂପନ୍ନ କାର୍ଯ୍ୟ କରି ମନକୁ ପ୍ରଫୁଲ୍ଲ ରଖନ୍ତୁ । ନାଚ , ଗୀତ ଅଧ୍ୟୟନ ଓ ବଂଧୁ ମାନଙ୍କସହ ବାର୍ତ୍ତାଳାପ ରହି କାର୍ଯ୍ୟରେ ସମୟ କଟାଇପାରନ୍ତି ।|
ବୃଷ
ଆପଣଙ୍କୁ ବିଦେଶ ଯିବା ପାଇଁ ନିମନ୍ତ୍ରଣ ମିଳିପାରେ ସେଥିପାଇଁ ସଜାଗ୍ ରୁହନ୍ତୁ ଏବଂ ଏହି ସୁଯୋଗକୁ ହାତଛଡା କରନ୍ତୁ ନାହିଁ । କିନ୍ତୁ ଆପଣଙ୍କୁ ମିତବ୍ୟୟୀ ହେବାକୁ ପଡ଼ିବ ।|
ମିଥୁନ
ଆଜି ଆପଣଙ୍କୁ ନିଜର ଚ଼େଷ୍ଟାର ଫଳ ମିଳିବ, ଯେଉଁଥିରେ କି ଆପଣଙ୍କର ଜୀବନ ହିଁ ବଦଳିଯିବ ଏବେ ଆପଣ ଏବଂ ଆପଣଙ୍କ ପରିବାର ଲୋକେ ପରସ୍ପରକୁ ସହଜରେ ବୁଝିପାରୁଛନ୍ତି । ନିଜର ଚ଼େଷ୍ଟାକୁ ବଜାୟ ରଖନ୍ତୁ ଏବଂ ଖୁସି ଜୀବନର ମଜା ନିଅନ୍ତୁ ।|
କର୍କଟ
ଆପଣଙ୍କ ଆଶା ଏବଂ ବୁଝିପାରିବାର ଶକ୍ତି ଆପଣଙ୍କ ସମ୍ପର୍କକୁ ଅଧିକ ସୁଦୃଢ଼ କରିବ । ଦୂରେଇ ଯାଇଥିବା ସମ୍ପର୍କକୁ ନିଜର କରିବା ପାଇଁ ଆପଣଙ୍କ ଚ଼େଷ୍ଟା ସଫଳ ହେବ ଏବଂ ଏହି ସମ୍ପର୍କ ମଜବୁତ ହେବ ।|
ସିଂହ
ବିଦେଶରୁ ଆସୁଥିବା ଖବର ଜରୁରୀ ନୁହେଁ ଯେ ଆପଣଙ୍କ ପାଇଁ ଶୁଭ ହେବ । ଯେଉଁ ଖବର ପାଇଁ ଆପଣ ଆଶାୟୀ ଥିଲେ ସେ ଖବର ହୁଏତ ଆପଣଙ୍କୁ ମିଳି ନପାରେ । ଧର୍ଯ୍ୟ ଧରି ପରିସ୍ଥିତିକୁ ବୁଝିବାକୁ ଚେଷ୍ଟା କରନ୍ତୁ ।|
କନ୍ୟା
ଆଜି ଆପଣଙ୍କ ନିଜ ବନ୍ଧୁମାନଙ୍କ ମଧ୍ୟରେ ଥିବା ସମ୍ପର୍କ ଖୁସି ଆଣିଦେବ ।କୌଣସି ଭୁଲ ବୁଝାମଣା ଠିକ କରିବା ପାଇଁ ଚେଷ୍ଟା କରନ୍ତୁ । ଆଜି ସଫଳତା ହାସଲ କରିବେ । ଏହି ସମୟ ପୁରୁଣା ସ୍ମୃତିକୁ ମନେପକେଇବାର ସମୟ ଅଟେ ।|
ତୁଳା
ସଂଦ୍ଧ୍ୟାରେ ଆପଣଙ୍କର କୌଣସି ମାନସିକ ସମାରୋହକୁ ଯିବାର ସଙ୍କେତ ଅଛି । ଆପଣ କାହାରି ଭୋଜିରେ ମଧ୍ୟ ଯାଇ ପାରନ୍ତି କିମ୍ବା ବନ୍ଧୁଙ୍କ ଘରେ ହେଉଥିବା ସମାରୋହରେ ଭାଗନେଇ ପାରନ୍ତି । ଯାହା ବି ହେଉନା କାହିଁକି ଆଜି ଦିନ ଖୁବ୍ ଭଲ ।|
ବିଛା
ଆଜି ଆପଣ କୌଣସି ନୂଆ କାର୍ଯ୍ୟ କରିବେ । କିଛି ନୂଆ ଖେଳ ଖେଳିବାକୁ କିମ୍ବା କୌଣସି ନୂତନ କାର୍ଯ୍ୟ କରିବାକୁ ଆପଣଙ୍କର ପ୍ରବଳ ଆଗ୍ରହ ହେବ । ଆଜି ଆପଣ ନିଷ୍ପତ୍ତି ନେବେ ଯେ ଯେଉଁ କାମ ଆପଣ କରିବେ ତାହା କିପରି କରିବେ ।|
ଧନୁ
ଆଜି କିଛି ନୂଆ ଦାୟୀତ୍ତ୍ୱ ଆପଣ ନେଇ ପାରନ୍ତି ,ଯାହାକି ଆପଣଙ୍କୁ ପୁରସ୍କାର ଆଣିଦେଇପାରେ ଆପଣ ନିଜର ମାନ,ଯଶର ପୁରା ମଜ୍ଜା ନେଇ ପାରନ୍ତି,ମାତ୍ର ମନେ ରଖନ୍ତୁ ଯେ କୌଣସି ପ୍ରକାରରେ ମଧ୍ୟ ନିଜର ପ୍ରତିଛବିକୁ ମଳିନ ହେବାକୁ ଦିଅନ୍ତୁ ନାହିଁ ।|
ମକର
ଆଜିର ଦିନ ଆତ୍ମନିର୍ଭରତାର ଦିନ ଅଟେ । ମନେରଖନ୍ତୁ ନିଜର ସବୁ ଗୁରୁତ୍ତ୍ୱପୂର୍ଣ୍ଣ କାର୍ଯ୍ୟ ନିଜେ ସମାପନ କରନ୍ତୁ । ଯଦି ଏହି କାର୍ଯ୍ୟ ପାଇଁ ଆପଣ ଆଉ କାହା ଉପରେ ନିର୍ଭର କରିବେ ତାହାହେଲେ ଆପଣ ନିରାଶ ହେବେ ।|
କୁମ୍ଭ
ଆଜି ଆପଣ ନିଜ ମନକୁ ପ୍ରାର୍ଥନା ଓ ଧ୍ୟାନରେ ଲଗାନ୍ତୁ ଓ ନିଜ ଭିତରେ ଶାନ୍ତି ଖୋଜିବାର ଚେଷ୍ଟା କରନ୍ତୁ । ଆପଣ ନିଜ ଅନ୍ତରାତ୍ମାର ରାସ୍ତାରେ ଚାଲିବାକୁ ଚାହାନ୍ତି ।|
ମୀନ
ବନ୍ଧୁବାନ୍ଧବ କିମ୍ବା ପରିବାରସହ ଆଜି ଦିନରେ ଯାତ୍ରାଟି ଉପଭୋଗ ହେବ । ଏହି ଭ୍ରମଣ ଅତ୍ୟନ୍ତ ସୁଖ ଦାୟକ ହେବ ଏବଂ ଯାତ୍ରାରୁ ଫେରିବା ପରେ ଘଟଣା ଗୁଡିକ ଅନ୍ୟମାନଙ୍କୁ ମଧ୍ୟ ଆନନ୍ଦିତ କରିବ ।|